Masthead

ଆସିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା । ଶେଷରେ ଘରେ ପ୍ରସବ କଲେ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଡାବରାଗୁଡା ପଞ୍ଚାୟତ ମଣ୍ଡମା ଗାଁରେ । ସୂଚନା ଅନୁସାରେ ଗାଁର ସାରଜାନୀ ପାଟମାଝିଙ୍କ ପ୍ରସବ ଯନ୍ତ୍ରଣା ହୋଇଥିବା ।

ଫଳରେ ପରିବାର ଲୋକେ ଆର.ଉଦୟଗିରି ୧୦୮ ଆମ୍ବୁଲାନ୍ସ କୁ ଖବର ଦେଇଥିଲେ । ଆମ୍ବୁଲାନ୍ସ କର୍ମଚାରୀ ତୁରନ୍ତ ବାହାରିଥିଲେ ମାଣ୍ଡମା ଗାଁକୁ ଯାଇଥିଲେ ହେଲେ ରାସ୍ତା ନଥିବା ଯୋଗୁଁ ଗାଁ ଠାରୁ ୬ କିଲୋମିଟର ଦୂରରେ ଥିବା ଟୁଙ୍ଗୁରୁ ଗାଁରେ ରହିଯାଇଥିଲା ଆମ୍ବୁଲାନ୍ସ । ବାଧ୍ୟ ହୋଇ ଆମ୍ବୁଲାନ୍ସ ଫାର୍ମାସିଷ୍ଟ ସୁମିତ ବାରିକ, ଡ୍ରାଇଭର ସରୋଜ ପଟ୍ଟନାୟକ ଓ ସହଯୋଗୀ କରୁଣା ଦଳବେହେରା ଚାଲି ଚାଲି ଯାଇଥିଲେ ।

ହେଲେ ଆମ୍ବୁଲାନ୍ସ କର୍ମଚାରୀ ଗାଁରେ ପହଂଚିବା ପୂର୍ବରୁ ମହିଳା ଜଣକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇ ସାରିଥିଲେ । ଉଭୟ ମା ଓ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବାରୁ ତୁରନ୍ତ ଆମ୍ବୁଲାନ୍ସ କର୍ମଚାରୀ ଉଭୟ ମା ଓ ଶିଶୁକୁ ଷ୍ଟ୍ରେଚର ରେ ୬ କିମି ବୋହି ଆଣିଥିଲେ । ଏହାପରେ ଆମ୍ବୁଲାନ୍ସ ରେ ଆଣି ଆର.ଉଦୟଗିରି ମେଡିକାଲ ରେ ଭର୍ତ୍ତି କରିଛନ୍ତି । ବର୍ତମାନ ମା ଓ ନବଜାତ ଶିଶୁ ସୁସ୍ଥ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା