Masthead

ଚନ୍ଦ୍ରାୟନ-୩ ଲଞ୍ଚକୁ ପୂରିଲା ବର୍ଷେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚନ୍ଦ୍ରାୟନ-୩ ଲଞ୍ଚକୁ ପୂରିଲା ବର୍ଷେ । ୧୪ଜୁଲାଇ ଭାରତ ଜହ୍ନ ରାଇଜରେ ନାଁ ଲେଖିବାର ସ୍ୱପ୍ନ ଏଇଠୁ ଆରମ୍ଭ ହୋଇଥିଲା । ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସଫଳ ଦେଶଗୁଡିକ ମଧ୍ୟରେ ଭାରତ ନିଜ ନାଁ ସାମିଲ କରିଛି । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସଫଳତାର ସହିତ ୨୦୨୩ ଜୁଲାଇ ୧୪ରେ ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ ଏହାକୁ ଲଞ୍ଚ କରିଥିଲା । ଇସ୍ରୋ ବେଶ୍ ସଫଳତାର ସହ ଲ୍ୟାଣ୍ଡର ବିକ୍ରମକୁ ଚନ୍ଦ୍ରର ଦକ୍ଷିଣ ମେରୁରରେ ସଫଳତାର ସହ ଅବତରଣ କରାଇପାରିଥିଲା। ଦୀର୍ଘ ଏକ ମାସର ଯାତ୍ରା ପରେ, ମହାକାଶଯାନ ୨୦୨୩ ଅଗଷ୍ଟ ୫ରେ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କଲା ।

ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସାଇଟ୍ ଦୈର୍ଘ୍ୟ ୪ କିଲୋମିଟର ଏବଂ ପ୍ରସ୍ଥ ୨.୪ କିଲୋମିଟର ରହିଥିଲା । ସଫ୍ଟଲ୍ୟାଣ୍ଡିଂ ସଫଳ ହେବା ପରେ ଲ୍ୟାଣ୍ଡର୍ ଭିତରୁ ରୋଭର ପ୍ରଜ୍ଞାନକୁ ବାହାର କରାଯାଇଥିଲା । ଯାହା ଚନ୍ଦ୍ର ପୃଷ୍ଠର ଅନୁସନ୍ଧାନ ଆରମ୍ଭ କରିଥିଲା । ୧୪ ଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଏହାକୁ ଗଡ଼ାଇ ବୈଜ୍ଞାନିକମାନେ ତଥ୍ୟ ହାସଲ କରିଥିଲେ। ପ୍ରଜ୍ଞାନ ପ୍ରାୟ ୧୦୦ ମିଟର ଦୂରତା ଅତିକ୍ରମ କରିଥିଲା ଓ ବିଭିନ୍ନ ପରୀକ୍ଷଣ କରି ପୃଥିବୀକୁ ମୂଲ୍ୟବାନ ତଥ୍ୟ ପଠାଇଥିଲା । ରୋଭର ମଧ୍ୟ ଚନ୍ଦ୍ରର ସଂରଚନା ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛି। ଚନ୍ଦ୍ର ପୃଷ୍ଠରେ ସଲଫର ଏବଂ ଅନ୍ୟାନ୍ୟ ତତ୍ତ୍ୱଥିବା ଉପାଦାନ ଚିହ୍ନଟ କରାଯାଇଛି। ଚନ୍ଦ୍ରଯାନ-୩ ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ର ପୃଷ୍ଠରେ ଜଳ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ଜିନିଷ ଆବିଷ୍କାର କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍