Masthead

ଚନ୍ଦ୍ରାୟନ-୩ ଲଞ୍ଚକୁ ପୂରିଲା ବର୍ଷେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚନ୍ଦ୍ରାୟନ-୩ ଲଞ୍ଚକୁ ପୂରିଲା ବର୍ଷେ । ୧୪ଜୁଲାଇ ଭାରତ ଜହ୍ନ ରାଇଜରେ ନାଁ ଲେଖିବାର ସ୍ୱପ୍ନ ଏଇଠୁ ଆରମ୍ଭ ହୋଇଥିଲା । ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସଫଳ ଦେଶଗୁଡିକ ମଧ୍ୟରେ ଭାରତ ନିଜ ନାଁ ସାମିଲ କରିଛି । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସଫଳତାର ସହିତ ୨୦୨୩ ଜୁଲାଇ ୧୪ରେ ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ ଏହାକୁ ଲଞ୍ଚ କରିଥିଲା । ଇସ୍ରୋ ବେଶ୍ ସଫଳତାର ସହ ଲ୍ୟାଣ୍ଡର ବିକ୍ରମକୁ ଚନ୍ଦ୍ରର ଦକ୍ଷିଣ ମେରୁରରେ ସଫଳତାର ସହ ଅବତରଣ କରାଇପାରିଥିଲା। ଦୀର୍ଘ ଏକ ମାସର ଯାତ୍ରା ପରେ, ମହାକାଶଯାନ ୨୦୨୩ ଅଗଷ୍ଟ ୫ରେ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କଲା ।

ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସାଇଟ୍ ଦୈର୍ଘ୍ୟ ୪ କିଲୋମିଟର ଏବଂ ପ୍ରସ୍ଥ ୨.୪ କିଲୋମିଟର ରହିଥିଲା । ସଫ୍ଟଲ୍ୟାଣ୍ଡିଂ ସଫଳ ହେବା ପରେ ଲ୍ୟାଣ୍ଡର୍ ଭିତରୁ ରୋଭର ପ୍ରଜ୍ଞାନକୁ ବାହାର କରାଯାଇଥିଲା । ଯାହା ଚନ୍ଦ୍ର ପୃଷ୍ଠର ଅନୁସନ୍ଧାନ ଆରମ୍ଭ କରିଥିଲା । ୧୪ ଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଏହାକୁ ଗଡ଼ାଇ ବୈଜ୍ଞାନିକମାନେ ତଥ୍ୟ ହାସଲ କରିଥିଲେ। ପ୍ରଜ୍ଞାନ ପ୍ରାୟ ୧୦୦ ମିଟର ଦୂରତା ଅତିକ୍ରମ କରିଥିଲା ଓ ବିଭିନ୍ନ ପରୀକ୍ଷଣ କରି ପୃଥିବୀକୁ ମୂଲ୍ୟବାନ ତଥ୍ୟ ପଠାଇଥିଲା । ରୋଭର ମଧ୍ୟ ଚନ୍ଦ୍ରର ସଂରଚନା ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛି। ଚନ୍ଦ୍ର ପୃଷ୍ଠରେ ସଲଫର ଏବଂ ଅନ୍ୟାନ୍ୟ ତତ୍ତ୍ୱଥିବା ଉପାଦାନ ଚିହ୍ନଟ କରାଯାଇଛି। ଚନ୍ଦ୍ରଯାନ-୩ ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ର ପୃଷ୍ଠରେ ଜଳ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ଜିନିଷ ଆବିଷ୍କାର କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର