Masthead

ରାଘବ ଚଢାଙ୍କ ଉପରୁ ହଟିଲା ନିଲମ୍ବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ୍ ସାଂସଦ ରାଘବ ଚଢାଙ୍କ ଉପରୁ ହଟିଲା ନିଲମ୍ବନ । ୧୧୫ ଦିନ ପରେ ରାଘବଙ୍କ ଉପରୁ ହଟିଲା ନିଲମ୍ବନ । ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଆପ୍ ସାଂସଦଙ୍କ ଉପରେ ଲାଗିଥିବା ନିଳମ୍ବନ ଆଦେଶକୁ ପ୍ରତ୍ୟାହାର କରିନେଇଛନ୍ତି । ଯାହାକୁ ନେଇ ଏକ୍ସରେ ଟ୍ୱିଟ କରି ଧନ୍ୟବାଦ ଜଣାଇଛନ୍ତି ରାଘବ । ଶୀତ ଅଧିବେଶନ ଆରମ୍ଭରେ ବିଜେପି ସାଂସଦ ନରସିଂହ ରାଓ ରାଘବଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ନେଇ ପ୍ରସ୍ତାବ ରଖିଥିବା ବେଳେ ରାଜ୍ୟସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଗ୍ରହଣ କରିଛନ୍ତି । ଦିଲ୍ଲୀ ସେବା ବିଲରେ ନକଲି ଦସ୍ତଖତ ମାମଲାରେ ରାଘବଙ୍କୁ ଗୃହରୁ ନିଲମ୍ବନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’