ଇଡି ମାଧ୍ୟମରେ ବିରୋଧୀଦଳର ନେତାମାନଙ୍କୁ ଭୟଭୀତ କରାଯାଉଛି: ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ନେତା ସଞ୍ଜୟ ସିଂ ଘରେ ଇଡି ରେଡ଼ । ବୁଧବାର ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଟିମ୍ ଆମ୍ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କ ଘରେ ପହଞ୍ଚିଛି। ଇଡି ଟିମ୍ ବର୍ତ୍ତମାନ ତାଙ୍କ ବାସଭବନରେ ଚଢାଉ ଜାରି କରିଛି। ଆପ ସାଂସଦ ନିଜେ ସାମ୍ବାଦିକମାନଙ୍କୁ ଏ ବିଷୟରେ ସୂଚନା ଦେଇଛନ୍ତି। ଏହାପୂର୍ବରୁ ଚଳିତ ବର୍ଷ ମେ ମାସରେ ଇଡି ସଞ୍ଜୟ ସିଂଙ୍କ ଘରେ ଚଢାଉ କରିଥିଲା।

ସେହି ସମୟରେ ତାଙ୍କ ସହଯୋଗୀଙ୍କ ଘର ଏବଂ କାର୍ଯ୍ୟାଳୟରେ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ସଞ୍ଜୟ ସିଂ କହିଛନ୍ତି ଯେ କେନ୍ଦ୍ର ତଦନ୍ତ ଏଜେନ୍ସି ମାଧ୍ୟମରେ ବିରୋଧୀଦଳର ନେତାମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି। ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ସଞ୍ଜୟଙ୍କ ବାସଭବନରେ ଇଡି ରେଡ କରିଥିବା ଜଣାପଡ଼ିଛି । ତେବେ ଏପର୍ଯ୍ୟନ୍ତ ସଞ୍ଜୟ ସିଂଙ୍କ ପକ୍ଷରୁ କୌଣସି ପ୍ରକାରର ସରକାରୀ ପ୍ରତିକ୍ରିୟା ଆସିନାହିଁ କିମ୍ବା ଆମ୍ ଆଦମୀ ପାର୍ଟି ଏ ବିଷୟରେ କିଛି କହିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ