ଦିଲ୍ଲୀ ବିଧାନସଭା ନିର୍ବାଚନ: ମେଣ୍ଟ କରିବନି, ଏକା ଲଢ଼ିବ ଆପ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନ ଫଳାଫଳକୁ ଦୃଷ୍ଟିରେ ରଖି ଆମ୍ ଆଦ୍‌ମୀ ପାର୍ଟି (ଆପ୍‌) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି । ସାଧାରଣ ନିର୍ବାଚନ ପାଇଁ ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଥିବା ଆପ୍‌, ଆଗକୁ ଅନୁଷ୍ଠିତ ହେବାକୁ ଥିବା ଦିଲ୍ଳୀ ବିଧାନସଭା ନିର୍ବାଚନରେ କିନ୍ତୁ ଏକାକୀ ଲଢ଼ିବ ବୋଲି ଘୋଷଣା କରିଛି । ରିପୋର୍ଟ ଅନୁସାରେ ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ବିଧାୟକମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ କେଜ୍ରିୱାଲ୍‌ଙ୍କ ପତ୍ନୀ ସୁନୀତା କେଜ୍ରିୱାଲ ମଧ୍ୟ ଉପସ୍ଥିତ ରହିଥିଲେ । ବୈଠକ ସମୟରେ ବିଧାନସଭା ନିର୍ବାଚନ ସମୟରେ କୌଣସି ଦଳ ସହ ମେଣ୍ଟ କରିବା ଠାରୁ ଆପ୍ ଦୂରେଇ ରହିବ ଏବଂ କୌଣସି ମେଣ୍ଟରେ ସାମିଲ ହେବନାହିଁ ବୋଲି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି । ଏହାବ୍ୟତୀତ ବୈଠକରେ ସମସ୍ତ ବିଧାୟକଙ୍କୁ ନିଜ ନିଜର ନିର୍ବାଚନମଣ୍ଡଳୀରେ ପ୍ରତି ଶନିବାର ଓ ରବିବାର ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ କୁହାଯାଇଛି ।

ଲୋକସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିବାରୁ ବିକାଶମୂଳକ କାର୍ଯ୍ୟକ୍ରମ ବନ୍ଦ ରହିଥିଲା । ଏବେ ପୁଣି ସେସବୁ ଆରମ୍ଭ କରିବାକୁ କୁହାଯାଇଛି । ସେହିପରି ଆସନ୍ତା ଜୁନ ୮ରେ ଆପ୍ ପକ୍ଷରୁ ମନ୍ତ୍ରିପରିଷଦ ବୈଠକ ଡକାଯାଇଛି । ଜୁନ ୧୩ରେ ମଧ୍ୟ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଏକ ବୈଠକ ବସିବ । ଏହାଦ୍ୱାରା ଦିଲ୍ଲୀବାସୀଙ୍କ ନିକଟତର ହେବା ସହ ସେମାନଙ୍କ ସମ୍ପର୍କରେ ରହିବା ସହଜ ହୋଇପାରିବ ବୋଲି ମତବ୍ୟକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!