Masthead

ଉତ୍ତରାଖଣ୍ଡ ହଲଦୱାଦୀ ହିଂସାର ମାଷ୍ଟରମାଇଣ୍ଡ ଗିରଫ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ହଲଦୱାଦୀ ହିଂସାର ମାଷ୍ଟରମାଇଣ୍ଡ ଗିରଫ । ୧୬ ଦିନ ପରେ ମାଷ୍ଟରମାଇଣ୍ଡ ଅବଦୁଲ ମଲିକ୍ ଦିଲ୍ଲୀରୁ ଗିରଫ । ହଲଦୱାନୀ ହିଂସାକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଥିଲେ ।ବେଆଇନ ମଦ୍ରାସା ଭଙ୍ଗାକୁ ବିରୋଧ କରି ଉସକାଇଥିଲେ ଅବଦୁଲ୍ । ମଦ୍ରାସା ଉଚ୍ଛେଦ ବେଳେ କିଛି ଦୁର୍ବୃତ୍ତ ମ୍ୟୁନିସିପାଲିଟି କର୍ମଚାରୀ, ପୋଲିସ ଏବଂ ସାମ୍ବାଦିକଙ୍କ ଉପରକୁ ପଥର ମାଡ଼ କରିଥିଲେ। ଏପରିକି ପୋଲିସ ଗାଡିରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ଏଥିରେ ୧୦୦ରୁ ଅଧିକ ପୁଲିସ କର୍ମୀ ଆହତ ହୋଇଥିଲେ। ଯେଉଁ ଅଞ୍ଚଳରେ ମଦ୍ରାସା ଉଚ୍ଛେଦ ହେଉଥିଲା ତାହା ମାଷ୍ଟରମାଇଣ୍ଡ ଅବଦୁଲର ବାଡ଼ି ନିକଟରେ ଥିବା କୁହାଯାଉଛି।

ଏହା ବେଆଇନ ଭାବେ ନିର୍ମାଣ ହୋଇଥିବାରୁ ଉଚ୍ଛେଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଚଳିତ ମାସ ପ୍ରଥମ ସପ୍ତାହରେ ପ୍ରଶାସନିକ ଟିମ୍ ଓ ପୋଲିସ ଜେସିବି ମାଧ୍ୟମରେ ମଦ୍ରାସା ଉଚ୍ଛେଦ କରିବାକୁ ସେଠାରେ ପହଞ୍ଚିଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ଆସି ସେମାନଙ୍କ ଉପରକୁ ପଥର ମାଡ଼ କରିଥିଲେ। ଏହାପରେ ସେଠାରେ ଥିବା ଗାଡ଼ିଗୁଡ଼ିକୁ ଭଙ୍ଗାରୁଜା କରିବା ସହ ନିଆଁ ମଧ୍ୟ ଲଗାଇ ଦେଇଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଏହି ମାମଲାରେ ୬୦ରୁ ଅଧିକ ଲୋକଙ୍କୁ ହେପାଜତକୁ ନେଇଥିବା ବେଳେ ୫,୦୦୦ ଅଜ୍ଞାତ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ