Masthead

ପିଲା ଚୋରି ସନ୍ଦେହରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ):  ପିଲା ଚୋରି ସନ୍ଦେହରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼ । କୋରାପୁଟ ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା । ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ । ଆକ୍ରମଣରେ ୨ ଯୁବକ ଗୁରୁତର ଆହତ ହୋଇଛନ୍ତି। ସନ୍ଦିଗ୍ଧ ଦୁଇ ଯୁବକ ଆନ୍ଧ୍ରପ୍ରଦେଶ ପାର୍ବତୀପୁରମ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ବିଳମ୍ବିତ ରାତ୍ରରେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ କିଛି ପିଲା ଚୋରି ରାକେଟ ବନ୍ଧୁଗାଁ ଥାନା ଅଧିନସ୍ଥ ସନପୋଲମଣ୍ଡା ଗ୍ରାମକୁ ବିଳମ୍ବିତ ରାତ୍ରରେ ପହଞ୍ଚି ଗାଁ ମୁଣ୍ଡ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ରହୁଥିଲେ ।

ଏହି ସମୟରେ ଗାଁ ର କିଛି ଲୋକେ ଦୁଇ ଜଣଙ୍କୁ ଯବକଙ୍କୁ ଧରିଥିବାବେଳେ ଅନ୍ୟମାନେ ଖସି ଯାଇଥିଲେ। ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼ ମାରି ବନ୍ଧୁଗାଁ ପୋଲିସକୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏନେଇ ବନ୍ଧୁଗାଁ ପୋଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି। ତେବେ ଏହି ଖବର ଚାରିଆଡେ ପ୍ରଘଟ ହେବା ପରେ ଅଞ୍ଚଳରେ ଏବେ କୋକୁଆ ଭୟ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ