Masthead

ଛାତ୍ର ସଂସଦ ନିର୍ବାଚନ ଦାବି, ଆଜିଠୁ ସାରା ରାଜ୍ୟରେ ଏବିଭିପିର ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନ ଦାବି । ୫ ବର୍ଷ ହେଲା ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ମଧ୍ୟ କଲେଜ ଇଲେକ୍ସନ ବନ୍ଦ କରିବାକୁ ଘୋଷଣା କରାଯାଇଛି । ଛାତ୍ର ସଂସଦ ନିର୍ବାଚନ ଦାବି ନେଇ ଆଜିଠୁ ସାରା ରାଜ୍ୟରେ ଆନ୍ଦୋଳନ କରିବ ଏବିଭିପି । ସେପଟେ ୨୪ ଘଣ୍ଟାର ମହଲତ ଦେଇଛି ଛାତ୍ର କଂଗ୍ରେସ । ୨୪ ଘଣ୍ଟା ମଧ୍ୟରେ ଛାତ୍ର ସଂସଦ ନିର୍ବାଚନ ନେଇ ସରକାର ଘୋଷଣା ନକଲେ ରାଜ୍ୟବ୍ୟାନୀ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛି ଛାତ୍ର କଂଗ୍ରେସ । ପ୍ରତି କଲେଜ ଓ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ କରାଯିବ ।

ସେହିପରି ଆସନ୍ତା ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦ ଦିବସ କରିବାକୁ ନିଷ୍ପତ୍ତି ନେଇଛି ଏଆଇଡିଏସ୍ଓ ବା ଅଲ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଣ୍ଟସ ଅର୍ଗାନାଇଜେସନ୍ । ରାଜ୍ୟ ସରକାରଙ୍କ ଶିକ୍ଷାବର୍ଷ କ୍ୟାଲେଣ୍ଡରରେ ନିର୍ବାଚନ ପାଇଁ ତାରିଖ ନଥିବା ସାମନାକୁ ଆସିବା ପରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବନାହିଁ ବୋଲି ସ୍ପଷ୍ଟ ହୋଇଛି । ସବୁଠି ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି । ଏଠି ପ୍ରଶ୍ନ ଉଠୁଛି କ’ଣ ବନ୍ଦ କରାଯାଉଛି ଛାତ୍ର ସଂସଦ । କ’ଣ ପାଇଁ ବନ୍ଦ କରାଯାଉଛି ନୂଆ ନେତା ବାହାରିବା ବାଟ । କଲେଜ ଇଲେକ୍ସନକୁ କାହାର ଭୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର