Masthead

ମା’-ପୁଅଙ୍କୁ ଚାପିଦେଲା ଟ୍ରକ୍

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ପଡ଼ିଆବାହାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳା ଓ ତାଙ୍କ ଦୁଇବର୍ଷର ପୁଅର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ବଡ଼ତୁରାଙ୍ଗ ଗ୍ରାମର ବୋଲି ଜଣାପଡ଼ିଛି। ସମ୍ବଲପୁରରୁ ଦେବଗଡ଼ ଯାଉଥିବା ଏକ ମାଲବାହୀ ଟ୍ରକ ଏମାନଙ୍କ ଉପରେ ଚଢ଼ିଯାଇଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ମୃତ ମହିଳା ଜଣକ ଟେଲର ଦୋକାନକୁ ଆସି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଦୁର୍ଘଟଣାଗସ୍ତ ଟ୍ରକ ଜବତ କରିଛି। ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ଅଧିକ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ