Masthead

ଟ୍ରକକୁ ପିଟିଲା ଟ୍ରକ, ୨ମୃତ

ଛେଣ୍ଡିପଦା, (ବଡ଼ ଖବର ବ୍ୟୁରୋ): ରବିବାର ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳରେ ଚାଲିଯାଇଛି ଦୁଇ ଜୀବନ । ଅନୁଗୁଳ ଜିଲ୍ଲା ଜରଡ଼ାପଡା ଥାନା ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୫୫ ନମ୍ବର ଜାତୀୟ ରାଜପଥ ଭାଗୀରଥିପୁର ନିକଟସ୍ଥ ନିୟୁ ତପୋବନ ଢାବା ସମ୍ମୁଖରେ ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥର ସଂପ୍ରସାରଣ କାର୍ୟ୍ୟ ଚାଲୁଥିବା ବେଳେ ରାସ୍ତାରେ କୋଇଲା ବୋଝେଇ ଟ୍ରକ ଛିଡା ହୋଇଥିଲା । ୨୨ ଚକିଆ ଟ୍ରକଟି କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଗାଡିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକ ଓ ଖଲାସିଙ୍କର ମୃତ୍ୟୁ ହୋଇଛି । ଖବର ପାଇ ଜରପଡା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗାଡି ଭିତରୁ ଉଦ୍ଧାର କରିଥିଲେ । ଡ୍ରାଇଭର ଓ ଖଲାସୀଙ୍କ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା