Masthead

ବାଇକକୁ ପିଟିଲା ଟ୍ରକ, ଜଣେ ମୃତ

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): କେନ୍ଦୁଝରର ଲାଇଫ୍ ଲାଇନ କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥ ପାଲଟିଛି ଡେଥ୍ ଲାଇନ । ପ୍ରତିଦିନ ଘଟୁଛି ଦୁର୍ଘଟଣା । ଅକାଳରେ ଯାଉଛି ଅନେକଙ୍କ ଜୀବନ । ପୁଣି ଶୁକ୍ରବାର ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ପଛପଟେ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ମୃତକ ହେଲେ ଝଡ଼ାପଶି ଗାଁର ହଳଧର ମହାନ୍ତ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ । କ୍ଷତିପୂରଣ ଦାବି କରିଛନ୍ତି ମୃତକଙ୍କ ପରିବାର ।

ଶୁକ୍ରବାର ସକାଳ ପ୍ରାୟ ୮ଟା । କୌଣସି କାମରେ ବାଇକରେ କେନ୍ଦୁଝର ଆସୁଥିଲେ ହଳଧର । ୨୦ ନମ୍ବର ଜାତୀୟ ରାଜପଥ ପଳାଶପଙ୍ଗା ଗାଁ ନିକଟରେ ତାଙ୍କ ବାଇକ ପଛପଟୁ ଧକ୍କା ଦେଇଥିଲା ଟ୍ରକ । ହଳଧରଙ୍କ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଗୁରୁତର ହଳଧରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯାଉ ବୋଲି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ