ବାଇକକୁ ପିଟିଲା ଟ୍ରକ, ଜଣେ ମୃତ

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): କେନ୍ଦୁଝରର ଲାଇଫ୍ ଲାଇନ କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥ ପାଲଟିଛି ଡେଥ୍ ଲାଇନ । ପ୍ରତିଦିନ ଘଟୁଛି ଦୁର୍ଘଟଣା । ଅକାଳରେ ଯାଉଛି ଅନେକଙ୍କ ଜୀବନ । ପୁଣି ଶୁକ୍ରବାର ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ପଛପଟେ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ମୃତକ ହେଲେ ଝଡ଼ାପଶି ଗାଁର ହଳଧର ମହାନ୍ତ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ । କ୍ଷତିପୂରଣ ଦାବି କରିଛନ୍ତି ମୃତକଙ୍କ ପରିବାର ।

ଶୁକ୍ରବାର ସକାଳ ପ୍ରାୟ ୮ଟା । କୌଣସି କାମରେ ବାଇକରେ କେନ୍ଦୁଝର ଆସୁଥିଲେ ହଳଧର । ୨୦ ନମ୍ବର ଜାତୀୟ ରାଜପଥ ପଳାଶପଙ୍ଗା ଗାଁ ନିକଟରେ ତାଙ୍କ ବାଇକ ପଛପଟୁ ଧକ୍କା ଦେଇଥିଲା ଟ୍ରକ । ହଳଧରଙ୍କ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଗୁରୁତର ହଳଧରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯାଉ ବୋଲି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!