Masthead

ଦୁର୍ଘଟଣାରେ ଲିଭିଗଲା ଗୋଟିଏ ପରିବାରର ୩ ଜୀବନ ଦୀପ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ତୁଷୁରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ତୁଷୁରା କ୍ରେନ ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟଣା ମନରୁ ଲିଭି ନଥିବା ବେଳେ ପୁଣି ଘଟିଛି ଆଉ ଏକ ଦୁର୍ଘଟଣା । ବାଇକକୁ ବଲେରୋ ଧକ୍କା ଦେବାରୁ ବାପା ଓ ତାଙ୍କ ତିନି ବର୍ଷର ପୁଅର ଜୀବନ ଚାଲିଯାଇଛି । ଅନ୍ୟପଟେ ଗୁରୁତର ଅବସ୍ଥାରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ମା-ପୁଅ । କଳାହାଣ୍ଡି ଜିଲ୍ଲା କରଳାମୁଣ୍ଡା ବ୍ଲକ ରିଷିଡ଼ା ଗାଁର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଦୁଇ ପୁଅକୁ ଧରି ତୁଷୁରାରୁ ଏକ ବାଇକ ଯୋଗେ ଘରକୁ ଫେରୁଥିବା ସମୟରେ ଜମେଲ ଛକ ନିକଟରେ ତାଙ୍କୁ ଏକ ବଲେରୋ ଗାଡ଼ି ଧକ୍କା ଦେଇଥିଲା । ଏହାଫଳରେ ଘଟଣା ସ୍ଥଳରେ ବାଇକରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ବାପା ଓ ତିନି ବର୍ଷର ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା ଏବଂ ଏକ ବର୍ଷର ପୁତ୍ର ଗୁରୁତର ଆହତ ହୋଇ ତାଙ୍କୁ ତୁଷୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ତୁଷୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା