ଟ୍ୟାଙ୍କର୍‌ ବୋଲେରୋ ଧକ୍କା, ୩ ମୃତ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ରଜକଣା ନିକଟରେ ଟ୍ୟାଙ୍କର୍‌ ସହ ପିଟିହେଲା ବୋଲେର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ, ୨ ଗୁରୁତର । ଗୁରୁତରଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଡିଭାଇଡର୍‌କୁ ଡେଇଁ ଟ୍ୟାଙ୍କର୍‌ ସହ ପିଟି ହୋଇଥିଲା ବୋଲେରୋ । ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ରଜକଣା ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଗୁରୁତରଙ୍କ ଅବସ୍ଥା ସଙ୍କଟପନ୍ନ । ଘଟଣାସ୍ଥଳରେ ଟାଙ୍ଗୀ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୨ ଜଣଙ୍କୁ ଏସିବି ମେଡିକାଲ ପଠାଇ ମୃତ୍ୟୁ ୩ ଜଣଙ୍କୁ କଟର ସାହାଯ୍ୟରେ କାଟି ବାହାର କରିଛି ।

ମିଳିଥିବା ଖବର ଅନୁଯାୟୀ ସୁନ୍ଦରଗଡ଼ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡରରେ ଚଢିବା ସହିତ ରାସ୍ତା ଆର ପାଖକୁ ଚାଲିଯାଇଥିଲା । ରାସ୍ତାର ଆର ପଟେ ଯାଉଥିବା ଏକ ଟ୍ୟାଙ୍କର ସହିତ ଧକ୍କା ଦେଇଥିଲା । ଫଳରେ ବୋଲେରୋ ଗାଡ଼ିରେ ଥିବା ୫ ଜଣଙ୍କ ମଧ୍ୟରୁ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଚିକିତ୍ସିତ ପାଇଁ ପୁଲିସ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ