Masthead

ଦୁର୍ଘଟଣାରେ ଜୀବନ ଗଲା

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଥାନା ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତ ନୂଆପାଟଣା ନିକଟରେ ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଢ଼େଙ୍କାନାଳରୁ କଟକ ଯାଉଥିବା ଏକ ଟ୍ରକ ନୂଆପାଟଣା ନିକଟରେ ଆକ୍ଟିଭାକୁ ଧକ୍କା ଦେଇ ପଳାଇଥିଲା । ଆକ୍ଟିଭାରେ ଯାଉଥିବା ବ୍ୟକ୍ତି କଟକ ବକ୍ସିବଜାର ଅଞ୍ଚଳର ସର୍ବରାଇ ସିଂହ (୩୫ )ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସାଙ୍ଗରେ ଥିବା ଦୀପକ ସିଂହ( ୫୪ )ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ମୃତ୍ୟୁ ଓ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ପଠାଇଥିଲା । ତଦନ୍ତ ଜାରି ରଖିଛି ବୋଲି ଚୌଦ୍ୱାର ଥାନା ଅଧିକାରୀ ବିରଞ୍ଚିନାରାୟଣ ପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା