ଦୁର୍ଘଟଣାରେ ଜୀବନ ଗଲା

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଥାନା ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତ ନୂଆପାଟଣା ନିକଟରେ ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଢ଼େଙ୍କାନାଳରୁ କଟକ ଯାଉଥିବା ଏକ ଟ୍ରକ ନୂଆପାଟଣା ନିକଟରେ ଆକ୍ଟିଭାକୁ ଧକ୍କା ଦେଇ ପଳାଇଥିଲା । ଆକ୍ଟିଭାରେ ଯାଉଥିବା ବ୍ୟକ୍ତି କଟକ ବକ୍ସିବଜାର ଅଞ୍ଚଳର ସର୍ବରାଇ ସିଂହ (୩୫ )ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସାଙ୍ଗରେ ଥିବା ଦୀପକ ସିଂହ( ୫୪ )ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ମୃତ୍ୟୁ ଓ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ପଠାଇଥିଲା । ତଦନ୍ତ ଜାରି ରଖିଛି ବୋଲି ଚୌଦ୍ୱାର ଥାନା ଅଧିକାରୀ ବିରଞ୍ଚିନାରାୟଣ ପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!