Masthead

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୨୫% ଅଧିକ ପାରିଶ୍ରମିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉଟସୋରସିଂ ସଂସ୍ଥା ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ ।

ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତିମାନଙ୍କର ଇ.ପି.ଏଫ ଓ ଇ.ଏସ୍.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ମାତୃତ୍ୱ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା