Masthead

ସଇତାନ ଶାଶୁଘର..ବୋହୂକୁ ନିବସ୍ତ୍ର କଲେ ଗାଁରେ ବୁଲାଇଲେ

ରାଜସ୍ଥାନ (ବଡ଼ ଖବା ବ୍ୟୁରୋ): ମଣିପୁର ପରେ ପୁଣି ରାଜସ୍ଥାନରେ ଲଜ୍ଜା । ଏକ ଗ୍ରାମରେ ଜଣେ ଆଦିବାସୀ ମହିଳାଙ୍କୁ ନିବସ୍ତ୍ର କରାଇ ବୁଲାଇବା ଅଭିଯୋଗ ହୋଇଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭାଇରାଲ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିର୍ଦ୍ଦେଶରେ ପୋଲିସ ମହାନିର୍ଦ୍ଦେଶକ ଉମେଶ ମିଶ୍ରା ଶୁକ୍ରବାର ରାତିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (କ୍ରାଇମ) ଦିନେଶ ଏମଏନଙ୍କୁ ପ୍ରତାପଗଡକୁ ପଠାଇଛନ୍ତି।

ସୂଚନା ଅନୁସାରେ ଗୁରୁବାର ଜଣେ ୨୧ ବର୍ଷ ବୟସ୍କା ମହିଳାଙ୍କୁ ତାଙ୍କ ପୂର୍ବତନ ସ୍ୱାମୀ କାନା ଏବଂ ଅନ୍ୟ ସମ୍ପର୍କୀୟମାନେ ମହିଳାଙ୍କୁ ନିବସ୍ତ୍ର କରି ବୁଲାଇଥିଲେ। ପ୍ରେମିକସହ ପଳାଇଥିବା ଅଭିଯୋଗ କରି ବୋହୂକୁ ଗାଁ ମଝିରେ ବିବସ୍ତ୍ର କରି ବୁଲାଇଥିଲେ ଶାଶୁଘର ଲୋକେ । ମହିଳାଙ୍କ ପୂର୍ବତନ ସ୍ୱାମୀ କାନାଙ୍କ ସମେତ ତିନି ଜଣଙ୍କୁ ଅଟକ ରଖାଯାଇଛି ଏବଂ ଅନ୍ୟମାନଙ୍କୁ ଖୋଜା ଚାଲିଛି। ଏହି ମାମଲାକୁ ଫାଷ୍ଟଟ୍ରାକରେ କୋର୍ଟରେ ବିଚାର କରାଯାଇ ଯଥାଶୀଘ୍ର ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ ବୋଲି କହିଛନ୍ତି ଅଶୋକ ଗେହଲଟ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର