Masthead

ରାଜଧାନୀରେ ଯୁବତୀଙ୍କୁ ଏସିଡ ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀର ଛାତି ଉପରେ ଜଘନ୍ୟ କାଣ୍ଡ । ଜଣେ ଯୁବତୀଙ୍କ ଉପରକୁ ହୋଇଛି ଏସିଡ ମାଡ । ପ୍ରେମ କରୁଥିଲେ  । ଆଜି ପାଗଳ ପରି ହେଉଛନ୍ତି  । ଅର୍ଥାତ ପ୍ରେମିକ ଘଟାଇଛି ଉନ୍ମତ୍ତ କାଣ୍ଡ । ଯାହାଙ୍କୁ ଭଲ ଫାଉଥିଲେ, ତାଙ୍କୁ ମାରି ଦେବାର ପ୍ରୟାସ  । ପ୍ରେମରେ ବିଫଳ ହେବା ପରେ ଯୁବତୀଙ୍କୁ କରିଛନ୍ତି ଏସିଡ ମାଡ଼ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଅଧିକ ସଙ୍କଟାପନ୍ନହେବାରୁ ତାଙ୍କୁ ପରେ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଯୁବକଜଣକ ଫେରାର ହୋଇଯାଇଛି । ଏସିଡ ମାଡ଼ର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନି।

ଭୁବନେଶ୍ୱର ଧଉଳି ଥାନା ବାଲିଆପଡା ଗାଁରେ ଏହି ଘଟଣା ଘଟିଥିବା ଜଣାଯାଇଛି । ପୁଲିସ୍‌ର ପ୍ରାଥମିକ ସୂଚନା ଅନୁଯାୟୀ ଉଭୟେ କୋର୍ଟ ମ୍ୟାରେଜ କରିଥିଲେ । ତେବେ କେଉଁ କାରଣରୁ ଯୁବକଜଣକ ଯୁବତୀଙ୍କ ଉପରକୁ ଏସିଡ ମାଡ଼ କଲେ ତାହା ସ୍ପଷ୍ଟ ହୋଇପାରିନି। ଘଟଣାସ୍ଥଳରେ ଧଉଳି ଥାନା ପୁଲିସ୍‌ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି