Masthead

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଏସିଡ ମାଡ଼

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପ-ପୁଅଙ୍କୁ ଏସିଡ ମାଡ଼ । ଗୁରୁତର ବାପ-ପୁଅଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଉଆସପଦର ଗ୍ରାମରେ । ଏହି ଗ୍ରାମର ସନ୍ତୋଷ ମହାରଣା ଓ ଅଧିକାରୀ ତରାଇଙ୍କ ପରିବାର ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ରକରି ପୂର୍ବରୁ ବିବାଦ ରହିଥିଲା । ତେବେ ଆଜି ଅଧିକାରୀ ତରାଇ ଓ ତାଙ୍କ ପୁଅ ରାଜେନ୍ଦ୍ର ତରାଇ ବିଲରେ କାମ କରୁଥିବା ସମୟରେ ସନ୍ତୋଷ ମହାରଣା ଉଭୟ ବାପ-ପୁଅଙ୍କୁ ଏସିଡ ଦ୍ୱାରା ଆକ୍ରମଣ କରିଥିଲେ । ଏସିଡ ଆକ୍ରମଣରେ ଆହତ ଉଭୟ ବାପ-ପୁଅଙ୍କୁ ପ୍ରଥମେ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ଦୁହିଁଙ୍କ ଅବସ୍ଥା ଆହୁରି ଗୁରୁତର ହେବାରୁ ଉଭୟଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ତେବେ ଏ ନେଇ ଅଧିକାରୀ ତରାଇଙ୍କ ପରିବାର ତରଫରୁ କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି ଓ ଅଭିଯୋଗ ଆଧାରରେ କୃଷ୍ଣପ୍ରସାଦ ଥାନା ପୋଲିସ ସନ୍ତୋଷ ମହାରଣାଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା