Masthead

ଦେଶମୁଖଙ୍କ ପରେ ପାୱାରଙ୍କ ଉପରେ ଆକ୍ସନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ) : ମହାରାଷ୍ଟ୍ରରେ କେନ୍ଦ୍ରିୟ ଏଜେନ୍ସିର ଆକ୍ସନ ଏବେ ଜୋରଦାର ହୋଇଛି । ପୂର୍ବ ଗୃହ ମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପରେ ଏବେ ଡେପୁଟି ସିଏମ ଅଜିତ ପାୱାରଙ୍କ ପାଳି ପଡ଼ିଛି । ଇନକମ୍ ଟ୍ୟାକ୍ସ ଡିପାର୍ଟମେଣ୍ଟ ଅଜିତ ପାୱାରଙ୍କ ସମ୍ପତ୍ତି ଫ୍ରିଜ୍ କରିବାକୁ ଟାର୍ଗେଟ କରିଛି । ଯାହା ପ୍ରାୟ ୧ହଜାର କୋଟି ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଗତ ରାତିରେ ଇଡି ପକ୍ଷରୁ ମହାରାଷ୍ଟ୍ରର ପୂର୍ବତନ ଗୃହ ମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ ଗିରଫ କରାଯିବା ପରେ ଆଜି ସକାଳୁ ସକାଳୁ ଆୟକର ବିଭାଗ ପକ୍ଷରୁ ରାଜ୍ୟର ଡେପୁଟି ସିଏମ୍‌ ଅଜିତ ପାୱାରଙ୍କ ଉପରେ ଆରମ୍ଭ ହୋଇ ଯାଇଛି ଆକ୍ସନ । ଆୟକର ବିଭାଗ ପକ୍ଷରୁ ଅଜିତ ପାୱାରଙ୍କ ୫ ସମ୍ପତ୍ତି ସିଜ୍‌ କରିବାକୁ ଆଦେଶ ଦିଆଯାଇଛି। ସିଜ୍‌ ହେବାକୁ ଥିବା ଅଜିତ ପାୱାରଙ୍କ ୫ଟି କମ୍ପାନୀ ହେଉଛି- ପ୍ରାୟ ୬ ଶହ କୋଟି ମୂଲ୍ୟର ।

ସେଗୁଡ଼ିକ ହେଉଛି ଜରନ୍ଦେଶ୍ୱର ସୁଗର ଫ୍ୟାକ୍ଟ୍ରି, ସାଉଥ ଦିଲ୍ଲୀସ୍ଥିତ ୨୦ କୋଟି ଟଙ୍କା ମୂଲ୍ୟର ଫ୍ଲାଟ, ଅଜିତଙ୍କ ପୁଅ ପାର୍ଥ ପାୱାରଙ୍କ ପ୍ରାୟ ୨୫ କୋଟି ଟଙ୍କା ମୂଲ୍ୟର ନିର୍ମଳ ଅଫିସ, ଗୋଆରେ ଥିବା ପ୍ରାୟ ୨୫୦ କୋଟି ମୂଲର ରିସର୍ଟ ‘ନିଲୟ’ ଓ ମହାରାଷ୍ଟ୍ରର ୨୭ଟି ଅଲଗା ଅଲଗା ଜାଗାରେ ଥିବା ପ୍ରାୟ ୫ଶହ କୋଟି ମୂଲ୍ୟର ଜାଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି