Masthead

ଆକ୍ସନ ମୁଡରେ ଯାଜପୁର ପୋଲିସ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଛି ଚୋରି ଡକାୟତି । ଏହାକୁ ରୋକିବା ପାଇଁ ଜିଲ୍ଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ବିଗତ ଦିନରେ ଜିଲ୍ଲାରେ ଘଟିଥିବା ବିଭିନ୍ନ ଡକାୟତି ମାମଲାରେ ସମ୍ପୃକ୍ତ କିଛି ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ଯାଜପୁର ଏସପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶରେ ଆଜି ଅପରାହ୍ନରେ ଏକ ସ୍ୱତନ୍ତ୍ର ଟିମ୍ କୋରେଇ ବ୍ଲକ କନ୍ତୋର ପଞ୍ଚାୟତ ପୂର୍ବକୋଟ ତେଲେଙ୍ଗାସାହିରେ ଚଢ଼ାଉ କରିଛି। ଯାଜପୁର ରୋଡ୍ ଏସଡିପିଓ ଚିନ୍ମୟ ନାୟକଙ୍କ ନେତ୍ୱତ୍ୱରେ ୫ ଜଣିଆ ଟିମ୍ ଏକ ପ୍ଲାଟୁନ୍ ଫୋର୍ସ ସହ ତେଲେଙ୍ଗାସାହିରୁ ୪ ଜଣଙ୍କୁ ଗିରଫ କରି ପଚରାଉଚୁରା କରିବା ସହ ଅଧିକ ତଦନ୍ତ ଚଳାଇଛି। ଚଢ଼ାଉ ବେଳେ ପୋଲିସ ବିପୁଳ ସୁନାଗହଣା ଜବତ କରିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା