Masthead

୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି  । ବିଶେଷ  କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  । ଏହା ପ୍ରଭାବରେ ୧୬  ଯାଏ ବର୍ଷା ଲାଗି ରହିବ । ପୁଣି ୨୨/୨୩  ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା  । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ କିଛି ଘଣ୍ଟାରେ ଘନିଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ  । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଗତି କରିବାର ସମ୍ଭାବନା ରହିଛି  ।

ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିବ । ତେବେ ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି ।

ଅଗଷ୍ଟରେ ନିଅଣ୍ଟିଆ ସ୍ଥିତି ଦୂର ହୋଇଯିବା  ସମ୍ଭାବନା ରହିଛି । କେବଳ ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା  କମିପାରେ । କୋରାପୁଟ, ମାଲକାନଗିରିରେ  ପ୍ରବଳରୁ ପ୍ରବଳତର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,  ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ରେ ପ୍ରବଳ ବର୍ଷା  ହୋଇପାରେ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି । ଏଭଳି ବର୍ଷା ୧୭ ତାରିଖ ପର୍ଯ୍ୟନ୍ତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ