Masthead

ଗିରଫ ହେଲେ ଅଭିନେତା ଏଜାଜ୍ ଖାନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ବଲିଉଡ ଅଭିନେତା ଏଜାଜ୍ ଖାନ । ଦିନକୁ ଦିନ ବଲିଉଡରେ ଜୋର ଧରୁଛି ଡ୍ରଗ୍ସ ମାମଲା । ଏହିଭଳି ଅନେକ କଳାକାର ଡ୍ରଗ୍ସ ମାମଲାରେ ଛନ୍ଦି ହେବାରେ ଲାଗିଛନ୍ତି । ଏବେ ଏହି ମାମଲାରେ ଛନ୍ଦି ହୋଇଛନ୍ତି ଅଭିନେତା ଏଜାଜ୍ ଖାନ। ମଙ୍ଗଳବାର ବିଳମ୍ୱିତ ରାତିରେ ଏଜଜାଙ୍କୁ ଗିରଫ କରିଛି ଏନସିବି । ଏଜାଜ୍ ଖାନ ଡ୍ରଗ୍ସ କିଙ୍ଗ ଫାରୁଖ ବଟାଟା ଏବଂ ତାର ପୁଅ ଶାଦାବ ବଟାଟା ସହ କାମ କରୁଥିଲେ ।

ଏପରିକି ଦୀର୍ଘଦିନ ଧରି ଏମାନଙ୍କ ସହ ଡ୍ରଗ୍ସ ବ୍ୟବସାୟ ବି ଚଳାଉଥିଲେ । ବିଳମ୍ୱିତ ରାତିରେ ଏଜାଜକୁ ଏନ୍‌ସିବି ଦୀର୍ଘ ସମୟ ଧରି ପଚରାଉଚରା ପରେ ଗିରଫ କରିଛି । ଏହା ପୂର୍ବରୁ ଏନ୍‌ସିବି ଡ୍ରଗ ମାଫିଆ ଫାରୁଖ ବଟାଟାକୁ ପାଖାପାଖି ୮ ଘଣ୍ଟା ପର୍ଯ୍ୟନ୍ତ ପଚରାଉଚରା କରିଥିଲା । ଫାରୁଖଙ୍କ ପୁଅ ଶାଦାବକୁ ଗତ ସପ୍ତାହରେ ଏନସିବି ଚଢ଼ାଉ କରି ଗିରଫ କରିଥିଲା । ପାଖାପାଖି ୨ କୋଟି ମୂଲ୍ୟର ଡ୍ରଗ୍ସ ଜବତ କରିଥିଲା ଏନସିବି। ଶାଦାବକୁ ପଚରାଉଚରା ବେଳେ ସେ ବଲିଉଡ ଅଭିନେତାଙ୍କ ଏଜାଜଙ୍କ ସହ ଲିଙ୍କ ଥିବା ଜଣାଇଥିଲା । ଗତକାଲି ଏଜାଜ୍ ରାଜସ୍ଥାନରୁ ମୁମ୍ବାଇ ଫେରିବା ପରେ ଏନ୍‌ସିବି ନୋଟିସ ଦେଇ ନିଜ ହେପାଜତକୁ ନେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା