Masthead

ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ: ସନ୍ନି ଦେଓଲ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଅଭିନେତା ସନ୍ନି ଦେଓଲଙ୍କ ବଡ଼ ଘୋଷଣା । କହିଛନ୍ତି ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ଏଣିକି କେବଳ ଫିଲ୍ମରେ କାମ କରିବାକୁ ଚାହୁଁଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ ବିଜେପି ୨୦୨୪ ଲୋକ ସଭା ନିର୍ବାଚନରେ ଗୁରୁଦାସପୁର ଆସନରୁ ନୂତନ ପ୍ରାର୍ଥୀ ଦେବ। ଏକ ସାକ୍ଷାତକାରରେ ସନ୍ନି ଦେଓଲ କହିଛନ୍ତି ଯେ, ଆଉ ରାଜନୀତିରେ ମନ ଲାଗୁନାହିଁ। ସନ୍ନି ଦେଓଲ ବର୍ତ୍ତମାନ ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନରୁ ବିଜେପି ଏମ୍‌ପି ଅଟନ୍ତି।

ଏହି ଆସନ ବିଜେପି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୯୯ ରୁ ୨୦୦୪ ଏବଂ ୨୦୧୪ ରୁ ୨୦୧୭ ପର୍ଯ୍ୟନ୍ତ ବିଜେପି ଟିକେଟରେ ବିନୋଦ ଖାନ୍ନା ମଧ୍ୟ ଏହି ଆସନର ସଦସ୍ୟ ଥିଲେ। ବିନୋଦ ଖାନ୍ନାଙ୍କ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନରେ କଂଗ୍ରେସ ନେତା ସୁନୀଲ ଜାଖର ଜିତିଥିଲେ। ୨୦୧୯ରେ ସନି ଦେଓଲ ପୁଣିଥରେ ଗୁରୁଦାସପୁର ଆସନକୁ ବିଜେପିରୁ ଜିତି ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା