Masthead

ଆଦାନି ଗ୍ରୁପ ଠକେଇ ମାମଲା, ଆଜି ରାଜରାସ୍ତାକୁ ଓହ୍ଲେଇବ କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହିଣ୍ଡେନବର୍ଗ ରିପୋର୍ଟ ପରେ ଆଦାନୀଙ୍କ ସମ୍ପତ୍ତି ଅଧାରୁ କମ୍ ହୋଇଯାଇଛି। ଆଦାନୀ ଗ୍ରୁପ୍ ର ସେୟାର ପ୍ରତିଦିନ ହ୍ରାସ ପାଉଛି । ହିଣ୍ଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଆଦାନି ଗ୍ରୁପ୍‌ର ବିଭିନ୍ନ ସଂସ୍ଥାର ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା ହରାଇଲେଣି। ନିକଟରେ ଆଦାନି କଂପାନିର ସେୟାରରେ ୫୮ ପ୍ରତିଶତ ଭଳି ହ୍ରାସ ଘଟିଛି। ମାତ୍ରାଧିକ ହ୍ରାସକୁ ନେଇ କଂଗ୍ରେସ କେନ୍ଦ୍ର ସରକାରକୁ ଘେରିଛି ।

ଏହାକୁ ନେଇ କେନ୍ଦ୍ର ସରକାର ନିରବ ରହୁଥିବା କଂଗ୍ରେସ କହିଛି । ତେଣୁ ସରକାରଙ୍କ ନିରବତାକୁ ନେଇ କଂଗ୍ରେସ ଆଜି ଦେଶବ୍ୟାପୀ ବିରୋଧୀ ପ୍ରଦର୍ଶନ କରିବ । ଏଲ୍ଆଇସି ଏବଂ ଏସବିଆଇ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ । ଏହି ରିପୋର୍ଟ ପରେ ଭାରତୀୟ ଷ୍ଟକ ମାର୍କେଟ ମଧ୍ୟ ପ୍ରଭାବିତ ହୋଇଛି । ନିବେଶକମାନେ ଆଦାନୀ ଗ୍ରୁପର କମ୍ପାନୀଗୁଡିକର ସେୟାର ବିକ୍ରି କରୁଥିବାରୁ ଆଦାନିଙ୍କ ବିଭିନ୍ନ କମ୍ପାନୀର ସେୟାର ମୂଲ୍ୟ ଲଗାତାର ହ୍ରାସ ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ