Masthead

ଆଡପ ମଣ୍ଡପରେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ମହାବେଦିରେ ବିଜେ ମହାବାହୁ । ବର୍ଷକ ବ୍ୟବଧାନରେ ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦିକୁ ବାହୁଡ଼ିଛନ୍ତି । ରବିବାର ରାତିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କୁ ସେବକମାନେ ଗୋଟି ପହଣ୍ଡିରେ ନେଇ ଆଡ଼ପ ମଣ୍ଡପରେ ବିଜେ କରାଇଛନ୍ତି । ଏଣୁ ଗୁଣ୍ଡିଚା ଘରେ ପୁଣି ଭିଡ଼ ଆରମ୍ଭ ହୋଇଯାଇଛି । ସୋମବାର ଠାରୁ ଭକ୍ତ ପାଇବେ ଠାକୁରଙ୍କ ଆଡ଼ପ ଦର୍ଶନ ଓ ଆଡ଼ପ ଅବଢ଼ା । ଏହି ସୌଭାଗ୍ୟ ଲଭିବାକୁ ଉତ୍କଣ୍ଠାର ସହ ଲକ୍ଷ ଲକ୍ଷ ଭକ୍ତ ଅପେକ୍ଷା କରିଥାନ୍ତି ।

ତେବେ ଠାକୁରଙ୍କ ବନକଲାଗି ତଥା ଶ୍ରୀମୁଖ ସିଂହାର ପାଇଁ ସୋମବାର ରାତିରେ ୫ ଘଣ୍ଟା ଠାକୁରଙ୍କ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ପରେ ପଛ ଭୋଗ ମଣ୍ଡପ ଶେଷ ହୋଇ ବନକଲାଗି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ବନକଲାଗି କରିବେ । ଏଥିପାଇଁ ସୋମବାର ରାତି ୯ଟାରୁ ୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଆଜିଠୁ ୬ ଦିନ ଧରି ଶ୍ରୀଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା । ଆସନ୍ତା ନବମୀ ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନଙ୍କୁ ଆଡ଼ପ ମଣ୍ଡପରୁ ଦର୍ଶନ ଦେବେ ଏବଂ ଆଡପ ଅବଢ଼ା ବାହାରିବ । ଆଡ଼ପ ମଣ୍ଡପ ବିଜେ ଦେଖିବାକୁ ଶରଧାବାଲିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି । ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଉଛନ୍ତି ଭକ୍ତ ।

ଆଡ଼ପ ମଣ୍ଡପକୁ ମହାପ୍ରଭୁ ବିଜେ କରିବା ପରେ ବିଳମ୍ବିତ ରାତିରେ ଆଡ଼ପମଣ୍ଡପରୁ ଚାରମାଳ ଫିଟାଯାଇଛି । ଅନ୍ୟପଟେ ଭିତରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବ । ପରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତା କାଲି ହେରାପଞ୍ଚମୀ ନୀତି, ୨ ତାରିଖରେ ରଥ ଦକ୍ଷିଣ‌ମୋଡ଼, ୪ ତାରିଖରେ ସଂଧ୍ୟା ଦର୍ଶନ, ୫ ତାରିଖରେ ବାହୁଡ଼ାଯାତ୍ରା, ୬ ତାରିଖରେ ସୁନାବେଶ, ୭ ତାରିଖରେ ଅଧର ଓ ଗରୁଡ଼ ଶୟନ ନୀତି ଏବଂ ୮ ତାରିଖରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼