Masthead

ଭାରତ ଫେରୁଛନ୍ତି ଅଦାର ପୁନାୱାଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଅଦାର ପୁନାୱାଲା ଆଜି ଲଣ୍ଡନରୁ ଭାରତ ଫେରୁଛନ୍ତି । ଭାରତରେ କରୋନାର ଦ୍ୱିତୀୟ ଲହର ଉଦବେଗଜନକ ରହିଛି । ଲୋକଙ୍କ ଚାହିଦା ମେଣ୍ଟାଇବା ପାଇଁ ଆଣ୍ଟି-କୋଭିଡ ଟିକା ଅଧିକ ପ୍ରସ୍ତୁତ କରିବାକୁ ତାଙ୍କ ଉପରେ ଚାପ ପଡୁଛି । ଜୀବନ ପ୍ରତି ଭୟ ଥିବାରୁ ସେ ସପରିବାର ଲଣ୍ଡନ ପଳାଇଥିଲେ ।

କେନ୍ଦ୍ର ସରକାର ସୁରକ୍ଷା ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେବା ପରେ ଅଦାର ଭାରତ ଫେରୁଛନ୍ତି । ତାଙ୍କ ସୁରକ୍ଷାରେ ନିୟୋଜିତ ହେବେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସର ୫ କମାଣ୍ଡୋ । ତେଣେ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପଟେଲ କହିଛନ୍ତି ଆଦାର ଓ ତାଙ୍କ ପରିବାରର ସୁରକ୍ଷା ଦାୟିତ୍ୱ କଂଗ୍ରେସ ନେବ । ଦେଶର ହିତପାଇଁ ସେ ଟିକା ପ୍ରସ୍ତୁତ କରୁଛନ୍ତି । ତାଙ୍କୁ କିଏ ଧମକ ଦେଉଛି, ସେହି ନେତାଙ୍କ ନାମ ଅଦାର ପ୍ରକାଶ କରନ୍ତୁ ବୋଲି ନାନା ପଟେଲ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ