Masthead

ଚାକିରିରୁ ବହିଷ୍କାର ହେଲେ ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ) :ଚାକିରିରୁ ବହିଷ୍କାର ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ତାଙ୍କୁ ଚାକିିରିରୁ ବାଧ୍ୟତା ମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ ପ୍ରଶାନ୍ତ । ଆୟଠାରୁ ପ୍ରାୟ ୫୦୦ ପ୍ରତିଶତରୁ ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ୨୭ ବର୍ଷର ଚାକିରି କାଳରେ କୋଟି କୋଟି ଟଙ୍କା ଜମା କରିଥିଲେ ପ୍ରଶାନ୍ତ ରାଉତ । ମୋଟ ୫ କୋଟି ୨୧ ଲକ୍ଷରୁ ଅଧିକ ସ୍ଥାବର ଅସ୍ଥାବର ସମ୍ପତ୍ତି, ଘରୁ ମିଳିଥିଲା ନଗଦ ୩ କୋଟି କ୍ୟାସ୍ ।

ଭୁବନେଶ୍ୱର ଓ କଟକରେ ୪ଟି ପ୍ଲଟ ରହିଥିବାବେଳେ ଉମରକୋଟରେ ମଧ୍ୟ ଗୋଟିଏ ବେନାମୀ ପ୍ଲଟ ରହିଛି । ସେହିପରି ଦୁଇଟ ବେନାମୀ ଆକାଉଣ୍ଟ ଖୋଲି ଲାଞ୍ଚ ନେଉଥିଲେ ପ୍ରଶାନ୍ତ । ୧୯୯୬ ଜୁଲାଇ ୧ରୁ ସେ ଓଏଏସ୍ ଭାବରେ ଚାକିରି ଜୀବନ ଆରମ୍ଭ କରିଥିଲେ । ସୁନ୍ଦରଗଡ ଜିଲ୍ଲାରେ ବିଡିଓ ଥିବା ବେଳେ ୨୦୧୮ ନଭେମ୍ବର ୬ରେ ଭିଜିଲାନ୍ସ ଜାଲରେ ପଡିଥିଲେ । ସେହିଦିନଠାରୁ ୨୦୨୦ ଜାନୁୟାରୀ ୧୮ ଯାଏଁ ନିଲମ୍ବିତ ହୋଇଥିଲେ । ଏହାପରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ