Masthead

ଆଜି ଅଧରପଣା ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ରଥ ଉପରେ ସଂପନ୍ନ ହେବ ଅଧରପଣା ନୀତି । ଠାକୁରଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ଅର୍ପଣ କରାଯିବ । ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ଶାନ୍ତି ଅର୍ପଣ ପଣା କରାଯାଏ । ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ଛେନା, କ୍ଷୀର, ସର, କଦଳୀ ଅନ୍ୟ ଦ୍ରବ୍ୟରେ ପ୍ରସ୍ତୁତ କରାଯିବ ପଣାମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ।

ମହାପ୍ରଭୁଙ୍କ ଅଧର ସ୍ପର୍ଶ କରୁଥିବାରୁ ଏହି ପଣାକୁ ଭକ୍ତମାନେ ମଧ୍ୟ ପ୍ରସାଦ ଭାବେ ପାଇଥାଆନ୍ତି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି । ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ବ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !