Masthead

ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ତୃପ୍ତି ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ହେବ ଅଧରପଣା

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଅଧରପଣା ନୀତି । ରଥରେ ୩ ଠାକୁରଙ୍କୁ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯିବ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ। ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି।

ଏଥିପାଇଁ ସ୍ୱତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଛି । ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ । ପାଣି ଛଣା ହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିବେ । ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ଏହି ପଣା ପ୍ରସ୍ତୁତ କରାଯିବ। ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ। ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯିବାର ପରମ୍ପରା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ