Masthead

ଆଜି ଅଧରପଣା ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ରଥ ଉପରେ ସଂପନ୍ନ ହେବ ଅଧରପଣା ନୀତି । ଠାକୁରଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ଅର୍ପଣ କରାଯିବ । ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ଶାନ୍ତି ଅର୍ପଣ ପଣା କରାଯାଏ । ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ଛେନା, କ୍ଷୀର, ସର, କଦଳୀ ଅନ୍ୟ ଦ୍ରବ୍ୟରେ ପ୍ରସ୍ତୁତ କରାଯିବ ପଣାମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ।

ମହାପ୍ରଭୁଙ୍କ ଅଧର ସ୍ପର୍ଶ କରୁଥିବାରୁ ଏହି ପଣାକୁ ଭକ୍ତମାନେ ମଧ୍ୟ ପ୍ରସାଦ ଭାବେ ପାଇଥାଆନ୍ତି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି । ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ବ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ