Masthead

ଶ୍ରୀଜିଉଙ୍କ ଅଧରରେ ଲାଗି ହେବ ଅଧରପଣା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦ୍ୱାଦଶୀ ତିଥି । ପରମ୍ପରା ଅନୁୟାୟୀ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଧରପଣା ନୀତି ହେବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି ମାଟିପାତ୍ରରେ ପଣା ପ୍ରସ୍ତୁତ ହେବ । ଭୋଗ ପରେ ରଥ ଉପରେ ହାଣ୍ଡି ଭଙ୍ଗା ଯିବ । କୁହାଯାଏ ଉକ୍ତ ଭୋଗ ପଣା ରଥ ପାଶ୍ୱର୍ଦେବାଦେବୀ, ଅଶରୀର ତଥା ଚଣ୍ଡୀ ଚାମଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଏ ।

ସ୍ୱତନ୍ତ୍ର ଭାବରେ ତିଆରି ହୋଇଥିବା ଅଧରହାଣ୍ଡିରେ ଏହି ପଣା ପ୍ରଭୁଙ୍କୁ ସମର୍ପଣ କରାଯାଇଥାଏ । ରାଘବ ଦାସ ମଠ ଓ ବଡ ଓଡିଆ ମଠ ପକ୍ଷରୁ ଏହି ଅଧର ପଣା ଆସିଥାଏ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ପଡି ଏହି ଅଧର ପଣାକୁ ପ୍ରସ୍ତୁତ କରାଯାଏ।ତିନି ରଥରେ ମୋଟ ୯ ହାଣ୍ଡି ଅଧରପଣା ଭୋଗ ଲାଗି ହୋଇଥାଏ । ତେବେ ରଥ ଉପରେ ଆଉ ମାତ୍ର ଦୁଇ ଦିନ ମହାପ୍ରଭୁଙ୍କୁ ଦର୍ଶନ କରିବାର ବ୍ୟବସ୍ଥା ଥିବାରୁ ସକାଳୁ ସକାଳୁ ରଥ ନିକଟରେ ଭକ୍ତଙ୍କ ଭିଡ ଜମିବାରେ ଲାଗିଛି ।

ପ୍ରତି ରଥରେ ଦାରୁ ବିଗ୍ରହଙ୍କ ଉଦ୍ଦେଶ୍ୟରେ ୩ଟି ଲେଖାଏଁ ହାଣ୍ଡିରେ ପଣା ଭୋଗ କରାଯିବ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ସାମଗ୍ରୀ ପଣାରେ ମିଶିବ । ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ