Masthead

ଶ୍ରୀଜିଉଙ୍କ ଅଧରରେ ଲାଗି ହେବ ଅଧରପଣା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦ୍ୱାଦଶୀ ତିଥି । ପରମ୍ପରା ଅନୁୟାୟୀ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଧରପଣା ନୀତି ହେବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି ମାଟିପାତ୍ରରେ ପଣା ପ୍ରସ୍ତୁତ ହେବ । ଭୋଗ ପରେ ରଥ ଉପରେ ହାଣ୍ଡି ଭଙ୍ଗା ଯିବ । କୁହାଯାଏ ଉକ୍ତ ଭୋଗ ପଣା ରଥ ପାଶ୍ୱର୍ଦେବାଦେବୀ, ଅଶରୀର ତଥା ଚଣ୍ଡୀ ଚାମଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଏ ।

ସ୍ୱତନ୍ତ୍ର ଭାବରେ ତିଆରି ହୋଇଥିବା ଅଧରହାଣ୍ଡିରେ ଏହି ପଣା ପ୍ରଭୁଙ୍କୁ ସମର୍ପଣ କରାଯାଇଥାଏ । ରାଘବ ଦାସ ମଠ ଓ ବଡ ଓଡିଆ ମଠ ପକ୍ଷରୁ ଏହି ଅଧର ପଣା ଆସିଥାଏ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ପଡି ଏହି ଅଧର ପଣାକୁ ପ୍ରସ୍ତୁତ କରାଯାଏ।ତିନି ରଥରେ ମୋଟ ୯ ହାଣ୍ଡି ଅଧରପଣା ଭୋଗ ଲାଗି ହୋଇଥାଏ । ତେବେ ରଥ ଉପରେ ଆଉ ମାତ୍ର ଦୁଇ ଦିନ ମହାପ୍ରଭୁଙ୍କୁ ଦର୍ଶନ କରିବାର ବ୍ୟବସ୍ଥା ଥିବାରୁ ସକାଳୁ ସକାଳୁ ରଥ ନିକଟରେ ଭକ୍ତଙ୍କ ଭିଡ ଜମିବାରେ ଲାଗିଛି ।

ପ୍ରତି ରଥରେ ଦାରୁ ବିଗ୍ରହଙ୍କ ଉଦ୍ଦେଶ୍ୟରେ ୩ଟି ଲେଖାଏଁ ହାଣ୍ଡିରେ ପଣା ଭୋଗ କରାଯିବ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ସାମଗ୍ରୀ ପଣାରେ ମିଶିବ । ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ