Masthead

କଂଗ୍ରେସ ଛାଡ଼ିପାରନ୍ତି ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):୨୦୨୪ ଲୋକସଭା ନିର୍ବାଚନକୁ ନେଇ ସରଗରମ ହେଉଛି ରାଜନୀତି । ଦଳ ଡ଼ିଆଁ କରୁଛନ୍ତି ବଡ଼ ବଡ଼ ନେତା । ଚର୍ଚ୍ଚା ହେଉଛି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କଂଗ୍ରେସ ଛାଡିପାରନ୍ତି । ପଶ୍ଚିମବଙ୍ଗରେ କଂଗ୍ରେସ ଓ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ମେଣ୍ଟ ଲାଗି ଆଲୋଚନା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ପଶ୍ଚିମବଙ୍ଗରେ ମେଣ୍ଟକୁ ନେଇ ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ କଂଗ୍ରେସର ନେତା ଅଧିର ରଞ୍ଜନ ଚୌଧୁରୀ ସନ୍ତୁଷ୍ଟ ନ ଥିବା ଜଣାପଡିଛି।

ଏଥି ଲାଗି ଚୌଧୁରୀ କଂଗ୍ରେସ ଛାଡିବା ନେଇ ଚେତାବନୀ ମଧ୍ୟ ଦେଇଛନ୍ତି, ଯାହା ଏବେ କଂଗ୍ରେସ ହାଇକମାଣ୍ଡଙ୍କ ନିମନ୍ତେ ମୁଣ୍ଡବିନ୍ଧାର କାରଣ ସାଜିଛି । ରାଜ୍ୟରେ ଟିଏମସି ସହିତ ମେଣ୍ଟ ନିଷ୍ପତ୍ତି ନେଇ ଅଧିର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ, ରାଜ୍ୟରେ ଯଦି କଂଗ୍ରେସ ଓ ଟିଏମସି ମେଣ୍ଟ ହୁଏ ତେବେ ସେ ବିଜେପିରେ ଯୋଗ ଦେବେ। ତାଙ୍କର ଏହି ପଦକ୍ଷେପ କଂଗ୍ରେସ ଲାଗି ଏକ ବଡ଼ ସମସ୍ୟା ସୃଷ୍ଟି କରିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ