Masthead

ବିଜେଡିରେ ସାମିଲ ହେଲେ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଧରିଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ବିଜେଡିରେ ସାମିଲ ହଲେ ଅଧିରାଜ । ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏହାପରେ ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।

ଅଧିରାଜ ପାଣିଗ୍ରାହୀଙ୍କ ସମେତ ୩ ଜଣ ବ୍ଲକ ଚେୟାରମ୍ୟାନ୍, ୪୦ ଜଣ ସରପଞ୍ଚ ଓ ୩୪ ଜଣ ପଞ୍ଚାୟତ ସମିତି ସଦସ୍ୟ ଆଜି ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ବିଜେଡି ସାଂସଦ ମାନସ ମଙ୍ଗରାଜ ଅଧିରାଜ ପାଣିଗ୍ରାହୀଙ୍କୁ ଦଳରେ ସ୍ୱାଗତ କରିଛନ୍ତି । ଖରିଆର ଆସନରୁ ୨୦୧୯ ନିର୍ବାଚନରେ ବିଜେଡି ନେତା ଲମ୍ବୋଧର ନିଆଳଙ୍କୁ ହରାଇ ବିଧାନସଭାକୁ ଆସିଥିଲେ ଅଧିରାଜ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ