Masthead

ବୟସ୍କଙ୍କୁ ମାସ୍କ ପିନ୍ଧିି ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଆସିଲା, ମାସ୍କ ଫେରିଲା । ଚିନ୍ତା ବଢାଇଲା କୋଭିଡ ୧୯ର ସବ ଭାରିଆଣ୍ଟ ଜେଏନ ୱାନ । ରାଜ୍ୟରେ ଆଉ ଏକ କରୋନା ପଜିଟିଭ ଚିହ୍ନଟ ହେବା ପରେ ଚିନ୍ତା ବଢିଛି । ନୂଆ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ବୟସ୍କ, ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ । ସତର୍କ ରହିବା ସହ ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ନଯିବାକୁ କୁହାଯାଇଛି । ରାଜ୍ୟରେ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

୩ତାରିଖରେ ଶେଷ ଥର ପାଇଁ ଜଣେ ପଜିଟିଭ ଚିହ୍ନଟ ହୋଇଥିଲା । ୨୦ ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଭଳି ରାଜ୍ୟରେ କୋଭିଡ କେସେସ ବଢିବାରେ ଲାଗିଛି । ଶୁକ୍ରବାର କେରଳରେ ଜଣଙ୍କର ମୃତୁ୍ୟ ମଧ୍ୟ ହୋଇଛି । ମହାମାରୀ କରୋନା ଦେଶରେ ଚିନ୍ତା ବଢାଇବାରେ ଲାଗିଛି । ଦେଶରେ ୨୪ ଘଣ୍ଟାରେ ୭୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବଂ ୪ଜଣଙ୍କର ମୃତୁ୍ୟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କୋଭିଡ ରିପୋର୍ଟରେ ପ୍ରକାଶ ପାଇଛି । ଜେଏନ ୱାନ ସବ ଭାରିଆଣ୍ଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ସକ୍ରିୟ ମାମଲା ୩ହଜାର ୪୨୦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ