Masthead

ବଦଲା ନେଲା ଆମେରିକା

କାବୁଲ (ବଡ଼ ଖବର ବ୍ୟୁରୋ): ଆମେରିକା ନେଲା ବଦଲା । କାବୁଲରେ ହୋଇଥିବା ବିସ୍ଫୋରଣର ବଦଲା ନେଇଛି ଶକ୍ତିଶାଳୀ ଆମେରିକା । ଆଫଗାନିସ୍ତାନର ISIS-K ଆଡ୍ଡା ଉପରେ ଉପରେ କରିଛି ଆକ୍ରମଣ । ତେବେ ସୂଚନା ମିଳିଛି ଯେ, ଏହି ଏୟାର ଷ୍ଟ୍ରାଇକରେ ସିରିଜ ବ୍ଲାଷ୍ଟର ମାଷ୍ଟର ମାଇଣ୍ଡ ନିହତ ହୋଇଛି ।  କାବୁଲ ଉପରେ ବୋମା ପକାଇଥିବା ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ବିରୋଧରେ ଆମେରିକା ଏକ ନେଇଛି ପଦକ୍ଷେପ ।

ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ କହିଥିଲେ ଯେ ଆମେ ଏହାର ଜବାବ ଦେବୁ । ଖୋଜି ଖୋଜି ଆତଙ୍କବାଦୀଙ୍କୁ ନିପାତ କରିବୁ। କାବୁଲ ବିସ୍ଫୋରଣ ପାଇଁ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ଦାୟିତ୍ୱ ନେଲା । ଆଫଗାନିସ୍ତାନ-ପାକିସ୍ତାନ ସୀମା ନିକଟ ନଙ୍ଗରହାର ପ୍ରଦେଶରେ ଆମେରିକା ଏହି ବୋମା ବିସ୍ଫୋରଣ କରିଥିଲା ।

କୁହାଯାଉଛି ଯେ ଏହି ଆକ୍ରମଣରେ କାବୁଲ ବିସ୍ଫୋରଣର ମାଷ୍ଟରମାଇଣ୍ଡ ନିହତ ହୋଇଛନ୍ତି । କାବୁଲ ବିସ୍ଫୋରଣ ପରେ ଆମେରିକା ପ୍ରବଳ ଚାପରେ ଥିଲା । କାବୁଲ ଆକ୍ରମଣ ପରେ ଆମେରିକାର ରାଷ୍ଟ୍ରପତି ବିଡେନ ଭାଙ୍ଗି ମଧ୍ୟ ପଡିଥିଲେ । ସେ କହିଛନ୍ତି ଯିଏ ଏହି ଆକ୍ରମଣରେ ଜଡିତ ଅଛି, ଆମେ ସେମାନଙ୍କୁ ଛାଡିବୁ ନାହିଁ , ଖୋଜି ଖୋଜି ମାରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା