Masthead

ଆପଗାନିସ୍ତାନଠୁ ପରାସ୍ତ ହେଲା ଇଂଲଣ୍ଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ବକପ୍‌ ୨୦୨୩ରେ ଆପଗାନିସ୍ତାନଠୁ ପରାସ୍ତ ହେଲା ଇଂଲଣ୍ଡ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଇଂଲଣ୍ଡ ବିପକ୍ଷରେ ସବୁଠୁ ବଡ଼ ବିଜୟ ହାସଲ କରିଛି ଆଫଗାନିସ୍ତାନ । ଏହି ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ।

ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୪୯.୫ ଓଭରରେ ୨୮୪ ରନ୍‌ କରିଥିଲା। ଆଫଗାନିସ୍ତାନ ପକ୍ଷରୁ ରହମାନୁଲ୍ଲା ଗୁରବାଜ ସର୍ବାଧିକ ୮୦ ରନ୍‌ କରିଥିଲେ। ଇଂଲଣ୍ଡ ପକ୍ଷରୁ ଆଦିଲ୍ ରସିଦ ୩ଟି ୱିକେଟ ଅକ୍ତିଆର କରିଥିଲେ। ହେଲେ ଆଫଗାନିସ୍ତାନର ଘାତକ ବୋଲିଂ ଆଟାକ୍‌ ଇଂଲଣ୍ଡକୁ ୪୦.୩ ଓଭରରେ କେବଳ ୨୧୫ ରନ୍‌ରେ ଅଲ୍‌ଆଉଟ୍‌ କରିବାରେ ସକ୍ଷମ ହୋଇଛି । ଆଫଗାନିସ୍ତାନ ପକ୍ଷରୁ ମୁଜିବ ଉର୍ ରେହମାନ ଓ ରସିଦ୍ ଖାନ୍‌ ୩ଟି ଲେଖାଏଁ ୱିକେଟ ନେଇଥିବାବେଳେ ମହମ୍ମଦ ନବି ୨ଟି ୱିକେଟ ଅକ୍ତିଆର କରିଥିଲେ। ଫଳରେ ୬୯ ରନରେ ବଡ଼ ବିଜୟ ହାସଲ କରିଛି ଆଫଗାନିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ