Masthead

୬୩ ଦିନ ପରେ ଦୈନିକ ସଂକ୍ରମଣ ୧ଲକ୍ଷରୁ କମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି କରୋନା ସଂକ୍ରମଣ । ଦ୍ୱିତୀୟ ଲହରୀ ବ୍ୟାପିବାର ୨ମାସ ପରେ ଆଜି ପ୍ରଥମଥର ସଂକ୍ରମଣ ମାମଲା ଏକ ଲକ୍ଷରୁ କମ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୮୬ ହଜାର ୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୨୩ ଜଣଙ୍କର ମୃତ୍ୟୁ ଘଟିଛି । ବିଗତ କିଛି ଦିନ ଧରି, ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ସଂକ୍ରମିତ ହୋଇଥିବା ଲୋକଙ୍କ ଅପେକ୍ଷା ଅଧିକ ରେକର୍ଡ ହୋଇଛି ।

ଏଭଳି ପରିସ୍ଥିତିରେ ସକ୍ରିୟ ମାମଲା ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଉଛି। ବର୍ତ୍ତମାନ ଦେଶରେ ପ୍ରାୟ ୧୩ ଲକ୍ଷ ସକ୍ରିୟ ମାମଲା ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ ଅନୁଯାୟୀ ବର୍ତ୍ତମାନ ପର୍ୟ୍ୟନ୍ତ ମୋଟ ୩୬କୋଟି ୮୨ ଲକ୍ଷ୦୭ ହଜାର ୫୯୬ଟି ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏପର୍ୟ୍ୟନ୍ତ ସମୁଦାୟ ୨୩ କୋଟି ୬୧ଲକ୍ଷ ୯୮ ହଜାର ୭୨୬ ଜଣ ଲୋକଙ୍କୁ ଟିକାକରଣ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୮୨ହଜାର ୨୮୨ ଜଣ ରୋଗୀ ଏହି ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ଏହା ପରେ ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା ୨ କୋଟି ୭୩ ଲକ୍ଷ ୪୧ ହଜାର ୪୬୨କୁ ବୃଦ୍ଧି ପାଇଛି । ଜାତୀୟ ପୁନରୁଦ୍ଧାର ହାର ୯୪.୨୯ ପ୍ରତିଶତକୁ ବୃଦ୍ଧି ପାଇଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମଣ ହେତୁ ୨୧୨୩ ଜଣଙ୍କର ମୃତ୍ୟୁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ