Masthead

୬୩ ଦିନ ପରେ ଦୈନିକ ସଂକ୍ରମଣ ୧ଲକ୍ଷରୁ କମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି କରୋନା ସଂକ୍ରମଣ । ଦ୍ୱିତୀୟ ଲହରୀ ବ୍ୟାପିବାର ୨ମାସ ପରେ ଆଜି ପ୍ରଥମଥର ସଂକ୍ରମଣ ମାମଲା ଏକ ଲକ୍ଷରୁ କମ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୮୬ ହଜାର ୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୨୩ ଜଣଙ୍କର ମୃତ୍ୟୁ ଘଟିଛି । ବିଗତ କିଛି ଦିନ ଧରି, ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ସଂକ୍ରମିତ ହୋଇଥିବା ଲୋକଙ୍କ ଅପେକ୍ଷା ଅଧିକ ରେକର୍ଡ ହୋଇଛି ।

ଏଭଳି ପରିସ୍ଥିତିରେ ସକ୍ରିୟ ମାମଲା ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଉଛି। ବର୍ତ୍ତମାନ ଦେଶରେ ପ୍ରାୟ ୧୩ ଲକ୍ଷ ସକ୍ରିୟ ମାମଲା ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ ଅନୁଯାୟୀ ବର୍ତ୍ତମାନ ପର୍ୟ୍ୟନ୍ତ ମୋଟ ୩୬କୋଟି ୮୨ ଲକ୍ଷ୦୭ ହଜାର ୫୯୬ଟି ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏପର୍ୟ୍ୟନ୍ତ ସମୁଦାୟ ୨୩ କୋଟି ୬୧ଲକ୍ଷ ୯୮ ହଜାର ୭୨୬ ଜଣ ଲୋକଙ୍କୁ ଟିକାକରଣ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୮୨ହଜାର ୨୮୨ ଜଣ ରୋଗୀ ଏହି ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ଏହା ପରେ ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା ୨ କୋଟି ୭୩ ଲକ୍ଷ ୪୧ ହଜାର ୪୬୨କୁ ବୃଦ୍ଧି ପାଇଛି । ଜାତୀୟ ପୁନରୁଦ୍ଧାର ହାର ୯୪.୨୯ ପ୍ରତିଶତକୁ ବୃଦ୍ଧି ପାଇଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମଣ ହେତୁ ୨୧୨୩ ଜଣଙ୍କର ମୃତ୍ୟୁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା