Masthead

ଲୋକସଭାରେ ମଞ୍ଜୁରି ପରେ ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ସ୍ୱତନ୍ତ୍ର ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ । ଆଜି ରାଜ୍ୟସଭାରେ ଆଗତ ହେବ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ । ଲୋକସଭାରେ ମଞ୍ଜୁରି ପରେ ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ସଂସଦର ସ୍ୱତନ୍ତ୍ର ଅଧିବେଶନର ତୃତୀୟ ଦିବସରେ ଲୋକସଭାରେ ପାରିତ ହୋଇଛି ଏହି ମହିଳା ସଂରକ୍ଷଣ ବିଲ୍ । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣକୁ ସୁନିଶ୍ଚିତ କରୁଥିବା ଏହି ବିଲ୍କୁ ନେଇ ୮ ଘଣ୍ଟାର ବିତର୍କ ପରେ ଭୋଟ୍ ଗ୍ରହଣ ହୋଇଥିଲା ।

ବିଲକୁ ବିପୁଳ ସମର୍ଥନ ମିଳିଥିଲା ଏବଂ ଏହା ସପକ୍ଷରେ ୪୫୪ ଭୋଟ୍ ପଡ଼ିଥିବା ବେଳେ ବିରୋଧରେ ମାତ୍ର ୨ଟି ଭୋଟ୍ ପଡ଼ିଥିଲା । ଗତ ସୋମବାର କେନ୍ଦ୍ର କ୍ୟାବିନେଟ୍ ଏହି ବିଲକୁ ଅନୁମୋଦନ କରିଥିବା ବେଳେ ମଙ୍ଗଳବାର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ବିଲକୁ ଲୋକସଭାରେ ଆଗତ କରିଥିଲେ । ଏହି ବିଲର ନାମ ହେଉଛି ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ସେପ୍ଟେମ୍ବର ୧୯ ଭାରତର ସଂସଦୀୟ ଇତିହାସରେ ଏକ ‘ଐତିହାସିକ ଦିବସ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି