Masthead

ଲୋକସଭାରେ ମଞ୍ଜୁରି ପରେ ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ସ୍ୱତନ୍ତ୍ର ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ । ଆଜି ରାଜ୍ୟସଭାରେ ଆଗତ ହେବ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ । ଲୋକସଭାରେ ମଞ୍ଜୁରି ପରେ ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ସଂସଦର ସ୍ୱତନ୍ତ୍ର ଅଧିବେଶନର ତୃତୀୟ ଦିବସରେ ଲୋକସଭାରେ ପାରିତ ହୋଇଛି ଏହି ମହିଳା ସଂରକ୍ଷଣ ବିଲ୍ । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣକୁ ସୁନିଶ୍ଚିତ କରୁଥିବା ଏହି ବିଲ୍କୁ ନେଇ ୮ ଘଣ୍ଟାର ବିତର୍କ ପରେ ଭୋଟ୍ ଗ୍ରହଣ ହୋଇଥିଲା ।

ବିଲକୁ ବିପୁଳ ସମର୍ଥନ ମିଳିଥିଲା ଏବଂ ଏହା ସପକ୍ଷରେ ୪୫୪ ଭୋଟ୍ ପଡ଼ିଥିବା ବେଳେ ବିରୋଧରେ ମାତ୍ର ୨ଟି ଭୋଟ୍ ପଡ଼ିଥିଲା । ଗତ ସୋମବାର କେନ୍ଦ୍ର କ୍ୟାବିନେଟ୍ ଏହି ବିଲକୁ ଅନୁମୋଦନ କରିଥିବା ବେଳେ ମଙ୍ଗଳବାର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ବିଲକୁ ଲୋକସଭାରେ ଆଗତ କରିଥିଲେ । ଏହି ବିଲର ନାମ ହେଉଛି ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ସେପ୍ଟେମ୍ବର ୧୯ ଭାରତର ସଂସଦୀୟ ଇତିହାସରେ ଏକ ‘ଐତିହାସିକ ଦିବସ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ