ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ନିଜ ଗାଁକୁ ଯିବେ ମୋହନ ଚରଣ ମାଝୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ । ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ଗତକାଲି କେନ୍ଦୁଝର ପହଞ୍ଚି ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା।

କେନ୍ଦୁଝର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସମ୍ପୃକ୍ତ ଅଛନ୍ତି। ୨୦୧୯ରେ ବିଧାନସଭାରେ କେନ୍ଦୁଝରର ହକ୍ ପାଇଁ ଲଢ଼େଇ ହୋଇଥିଲା କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ଲୁଟ୍ କରିଛନ୍ତି ସେମାନେ ମୋ ନଜରରେ, କେହି ବର୍ତ୍ତିବେନି। ସମସ୍ତଙ୍କୁ ଜେଲ୍ ପଠାଇବୁ, କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’