ବାତ୍ୟା ପରେ କରୋନା ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରୁ ଚାଲିଯାଇଛି ବାତ୍ୟା ଭୟ । କିନ୍ତୁ ଫେରିଛି ପୁଣି କରୋନା ଭୟ । ବାତ୍ୟା ପାଇଁ ଆଶ୍ରୟ ସ୍ତଳକୁ ନିଆଯାଇଥିବା ଲକ୍ଷ ଲକ୍ଷ ଲୋକ ଓ ଉଦ୍ଧାର ପାଇଁ ଯାଇଥିବା ହଜାର ହଜାର କର୍ମଚାରୀଙ୍କୁ ନେଇ ଚିନ୍ତା ବଢ଼ିଛି । ଏମାନେ ଯେପରି କରୋନାରେ ସଂକ୍ରମିତ ନହୁଅନ୍ତି ସେ ଦିଗରେ ଏବେ ତତ୍ପର ହୋଇ ଉଠିଛନ୍ତି ରାଜ୍ୟ ସରକାର । ବାତ୍ୟା ଆଶ୍ରୟସ୍ଥଳକୁ ଯାଇଥିବା ଲୋକ ଓ ସହାୟତା କର୍ମଚାରୀଙ୍କ ଶରୀରରେ କୋଭିଡ୍ ଲକ୍ଷଣର ସମ୍ପୂର୍ଣ୍ଣ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟସରକାର ।

ଏନେଇ ୧୨ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି । ଏହି ପତ୍ରରେ କୁହାଯ଼ାଇଛି ଯ଼େ ଆଶ୍ରୟସ୍ଥଳ ଫେରନ୍ତା ଲୋକ, ଉଦ୍ଧାରକାରୀ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିବାକୁ ଘରକୁ ଘର ବୁଲୁଥିବା ସର୍ଭେ ଟିମକୁ ଆବଶ୍ୟକ ନିର୍ଦ୍ଦେଶ ଦିଆଯ଼ାଉ । ସେହିପରି ଏସବୁ ଲୋକମାନେ ନିଜେ ନିଜର ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖନ୍ତୁ ଓ ଲକ୍ଷଣ ଦେଖାଦେଲେ ତୁରନ୍ତ ନିଜକୁ ଅଲଗା କରି କୋଭିଡ୍ ପରୀକ୍ଷା କରାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ