ମମତାଙ୍କ ପରେ ନୀତୀଶ ନେବେ ପୁରୀ ଜମି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିହାରରୁ ଆସୁଥିବା ଶ୍ରୀଜଗନ୍ନାଥ ଭକ୍ତମାନେ ଆଉ ପୁରୀରେ ଅସୁବିଧା ଭୋଗିବେ ନାହିଁ । ପୁରୀରେ ତିଆରି ହେବ ବିହାର ଭବନ । ଏଥିପାଇଁ ଆବଶ୍ୟକ ଜମି ରାଜ୍ୟ ସରକାର ଯୋଗାଇଦେବେ । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହା ସ୍ପଷ୍ଟ ହୋଇଛି ।

ବିହାର ଭବନ ପାଇଁ ପୁରୀରେ ଦେଢ଼ ଏକର ଜମି ଯୋଗାଇ ଦେବା ପାଇଁ ନୀତୀଶ କୁମାର ତାଙ୍କ ପୁରୁଣା ବନ୍ଧୁ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ । ଅନୁରୋଧ ରକ୍ଷା କରିଥିଲେ ନବୀନ । ମାଗଣାରେ ଜମି ଯୋଗାଇଦେବେ ବୋଲି ଦେଇଛନ୍ତି ପ୍ରତିଶୃତି । ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅନୁରୋଧ ରକ୍ଷା କରି ନବୀନ ମାଗଣାରେ ଜମି ଯୋଗାଇଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’