Masthead

ମନୀଷ ସିସୋଦିଆ ଗିରଫ ପରେ ଟୁଇଟର୍‌ ଡିପି ହଟାଇଲା ଆପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇଛନ୍ତି। ସିସୋଦିଆଙ୍କୁ ଗିରଫ ପରେ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍‌ ଡିପି ହଟାଇଦିଆଯାଇଛି। ଏହାସହ ଆପ ଏକ ଖବରଦାତା ସମ୍ମିଳନୀ କରି ଭାଜପା ଉପରେ ବର୍ଷିଛି । ଆପ୍ ବିଧାୟକ ସୌରଭ ଭରଦ୍ୱାଜ୍‌ କହିଛନ୍ତି, ଏସବୁ କେନ୍ଦ୍ର ସରକାରଙ୍କ ଆଦେଶରେ ହେଉଛି।

ଏଜେନ୍ସି ଭାଜପା ମୁଖ୍ୟାଳୟରେ ଲେଖାଯାଇଥିବା ସ୍କ୍ରିପ୍ଟ ଅନୁସାରେ କାମ କରୁଛି। ସୂଚନାଯୋଗ୍ୟ, ଗତ ବର୍ଷ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସେକ୍ସେନା। ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ କରିଥିଲା ସିବିଆଇ। କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ