Masthead

ମନୀଷ ସିସୋଦିଆ ଗିରଫ ପରେ ଟୁଇଟର୍‌ ଡିପି ହଟାଇଲା ଆପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇଛନ୍ତି। ସିସୋଦିଆଙ୍କୁ ଗିରଫ ପରେ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍‌ ଡିପି ହଟାଇଦିଆଯାଇଛି। ଏହାସହ ଆପ ଏକ ଖବରଦାତା ସମ୍ମିଳନୀ କରି ଭାଜପା ଉପରେ ବର୍ଷିଛି । ଆପ୍ ବିଧାୟକ ସୌରଭ ଭରଦ୍ୱାଜ୍‌ କହିଛନ୍ତି, ଏସବୁ କେନ୍ଦ୍ର ସରକାରଙ୍କ ଆଦେଶରେ ହେଉଛି।

ଏଜେନ୍ସି ଭାଜପା ମୁଖ୍ୟାଳୟରେ ଲେଖାଯାଇଥିବା ସ୍କ୍ରିପ୍ଟ ଅନୁସାରେ କାମ କରୁଛି। ସୂଚନାଯୋଗ୍ୟ, ଗତ ବର୍ଷ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସେକ୍ସେନା। ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ କରିଥିଲା ସିବିଆଇ। କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ