Masthead

ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍

ସମ୍ୱଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍ । ହୀରାକୁଦର ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୬.୫୬ ଫୁଟ୍ ରହିଛି । ହୀରାକୁଦକୁ ପଶୁଛି ୨,୯୩,୫୧୨ କ୍ୟୁସେକ । ଜଳ ନିଷ୍କାସିତ ହେଉଛି ୨,୬୪,୧୨୯ କ୍ୟୁସେକ ଜଳ । ମହାନଦୀର ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ ପୁଣି ଦୁଇଟି ଗେଟ୍‌ ଖୋଲାଯାଇଛି । ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏ ନେଇ ସୂଚନା ଦିଆଯାଇଛି।

ଏହି କ୍ରମରେ ଆଜି ୪ଟି ଗେଟ୍‌ ଖୋଲି ଦିଆଯାଇଛି। ପୂର୍ବରୁ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ସମୟରେ ମୋଟ୍‌ ୨୦ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆବଶ୍ୟକ ହେଲେ ଆହୁରି ଗେଟ୍‌ ଖୋଲା ଯାଇପାରେ। ବାରମ୍ୱାର ଗେଟ୍ ଖୋଲାଯିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି। ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ଆତଙ୍କିତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ